ଜୁନ୍‌ରେ ହେବ ସମବାୟ ନିର୍ବାଚନ

29

ପଂଚାୟତ ଓ ପୌର ନିର୍ବାଚନ ଶେଷ ହେବା ପରେ ଆସନ୍ତା ଜୁନ ରେ ହେବ ରାଜ୍ୟରେ ସମବାୟ ନିର୍ବାଚନ I ଜୁନ୍‌ ୧୨ ତାରଖରୁ ୨୬ ତାରିଖ ମଧ୍ୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସମବାୟ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ପ୍ରାଥମିକ ସମବାୟ ସଂସ୍ଥାଗୁଡ଼ିକର କାର୍ଯ୍ୟକାଳ ୨୦୨୦ ମସିହାରୁ ଶେଷ ହୋଇସାରଛି। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ସରକାର ସମବାୟ ନିର୍ବାଚନକୁ ସ୍ଥଗିତ ରଖିଥିଲେ। ଇତିମଧ୍ୟରେ ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି। ରାଜ୍ୟର ୭,୦୭୬ଟି ପ୍ରାଥମିକ ସମବାୟ ସଂସ୍ଥାରେ ନିର୍ବାଚନ ହେବ। ଏସବୁ ପ୍ରାଥମିକ ସମବାୟ ସଂସ୍ଥାରେ ପ୍ରାୟ ୩୦ଲକ୍ଷ ସଦସ୍ୟ ଅଛନ୍ତି ଓ ସେମାନେ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏହାପରେ କେନ୍ଦ୍ରୀୟ ସମବାୟ ଓ ଶୀର୍ଷ ସମବାୟ ସଂସ୍ଥାରେ ନିର୍ବାଚନ ପ୍ରକ୍ରିୟା ହେବ।

ପ୍ରାଥମିକ ସମବାୟ ସୋସାଇଟିରେ ଜୁନ୍ ୧୯ ଓ ୨୬ ତାରିଖରେ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଥିବାରୁ ଆଗାମୀ ୩୫ ଦିନ ଭିତରେ ପ୍ରାଥମିକ ସଦସ୍ୟମାନଙ୍କର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ, ନାମାଙ୍କନ ପତ୍ର ଦାଖଲ, ଯାଂଚ, ପ୍ରତ୍ୟାହାର ଓ ଭୋଟଗ୍ରହଣ ଆଦି କାର୍ଯ୍ୟସୂଚୀ ଘୋଷଣା ହେବ।

Comments are closed, but trackbacks and pingbacks are open.