ରାଜ୍ୟରେ ଆଜି ୪୭୧ ଜଣ କରୋନା ପଜିଟିଭ ଚିହ୍ନଟ : ୫୭ ଜଣ୧୮ ବର୍ଷରୁ କମ୍ ବର୍ଗର

18

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮ ବର୍ଷ ବୟସ ରୁ କମ ପିଲା ମାତ୍ର ୫୭ ଜଣ ଚିହ୍ନଟ ହୋଇଛନ୍ତି I
ସେହିପରି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୭ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬, ବରଗଡ଼ରୁ ୨, ଭଦ୍ରକରୁ ୪, ବଲାଙ୍ଗିରରୁ ଜଣେ , କଟକରୁ ୮୧, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଜଗତସିଂପୁରରୁ ୧୬, ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୩, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୩,ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୭, ପୁରୀରୁ ୧୯, ସମ୍ବଲପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୨ ହଜାର ୧୨୮ସୁସ୍ଥ ହୋଇ ସାରିଥିବା ବେଳେ ୬୫୪୮ ଜଣ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସରକାର ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୦୪କୁ ବୃଦ୍ଧି ପାଇଛି। ଏହି ୬ ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ଥିବା ବେଳେ ଅନୁଗୋଳ, ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୭୮କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୮୫, ଯାଜପୁରରେ ୧୬୦ ଓ ପୁରୀରେ ୪୪୮ରେ ପହଞ୍ଚିଛି।

Leave A Reply

Your email address will not be published.