ଥଣ୍ଡା,ଜ୍ୱର ସମସ୍ୟା ପାଇଁ ଆପଣାନ୍ତୁ କିଛି ଘରୋଇ ଉପଚାର

113

ଋତୁ ପରିବର୍ତ୍ତନ ହେଲେ ଶରୀରରେ ପ୍ରଭାବ ପଡ଼ିଥାଏ । ମୈାସୁମୀ ପ୍ରଭାବରେ ବର୍ଷା ଆରମ୍ଭ ହେଲେ ସାଧାରଣତଃ ଲୋକଙ୍କ ଶରୀରରେ ଥଣ୍ଡା ,କାଶ ,ଜ୍ୱର ଭଳି କିଛି ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇଥାଏ । ତାପମାତ୍ରାର ବୃଦ୍ଧି ଓ କମ କାରଣରୁ ଏପରି ହୋଇଥାଏ । ଏହି ସବୁ ସମସ୍ୟା ପାଇଁ ଚିିନ୍ତିତ ହେବା ଆବଶ୍ୟକ ନାହିଁ । କିଛି ଘରୋଇ ଉପାୟରେ ମଧ୍ୟ ଏହି ସବୁ ରୋଗରୁ ଉପଷମ ପାଇ ପାରିବେ । କିନ୍ତୁ ଏହାର ମୁଖ୍ୟ କାରଣ ହେଉଛି ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହେବା । ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହେବା ଦ୍ୱାରା ଶରୀର ସହଜରେ ରୋଗାଗ୍ରସ୍ତ ହୋଇଥାଏ। ଏପରି କିଛି ଖାଦ୍ୟ ରହିଛି ଯାହାକୁ ନିଜ ଖାଦ୍ୟରେ ସାମିଲ କରିବା ଦ୍ୱାରା ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ଓ ମଜଭୂତ ହୋଇଥାଏ। ଯାହା ଆମ ଶରୀରକୁ ଥଣ୍ଡାରୁ ରକ୍ଷା କରିବା ସହ ସୁସ୍ଥ ରଖିବାରେ ସହାୟକ ହୋଇଥାଏ।

ତେବେ ଆାସନ୍ତୁ ଜାଣିବା ସେହି ସମସ୍ତ ଖାଦ୍ୟ ବିଷୟରେ.

-ତୁଳସୀ ଆଣ୍ଟି-ବାୟୋଟିକର କାମ କରିଥାଏ। ତେଣୁ ନିୟମିତ ତୁଳସୀ ସେବନ କରିବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।

-ଅଧିକ ପରିମାଣରେ ପାଣି ପିଅନ୍ତୁ । ପାଣି ପିଇବା ଦ୍ୱାରା ଶରୀରରୁ ଅଦରକାରୀ ପଦାର୍ଥ ନିର୍ଗତ ହେବାରେ ସହାୟକ ହୋଇଥାଏ । ଥଣ୍ଡା ପାଣି ପରିବର୍ତ୍ତେ ହାଲକା ଉଷୁମ ପାଣି ପିଇବା ଖୁବ ଉତ୍ତମ।

-ସାଲାଡ଼ ଖାଇବା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ। ଏଥିରେ ବିଭିନ୍ନ ପ୍ରକାର ପୋଷକ ଥିବାରୁ ଏହା ଖୁବ ସ୍ୱାସ୍ଥ୍ୟ ଉପକାରୀ। ଆପଣ ବିଟ, ଗାଜର, ପିଆଜ, କାକୁଡ଼ି ମିଶାଇ ଖାଇପାରିବେ ଏହା ମଧ୍ୟ ଶରୀର ପାଇଁ ଉତ୍ତମ ।

-କାଜୁ , ବାଦାମ, ପେସ୍ତା ବାଦାମ ଆଦିକୁ ପାଣିରେ ଭିଜାଇ ଏହାକୁ ସକାଳେ ଖାଆନ୍ତୁ। ଏହା ମଧ୍ୟ ଶାରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ଯେ।ଗାଇଥାଏ।

-ଅଧିକ ରସଯୁକ୍ତ ଫଳ ଖାଇବା ଖୁବ ଉତ୍ତମ। ଯେପରି କମଳା ଆଦି ଅନ୍ୟାନ୍ୟ ଫଳ, ଏଥିରେ ଭିଟାମିନ ସି ପ୍ରଚୁର ପରିମାଣରେ ରହିଥାଏ। ଯାହା ରୋଗ ସହ ଲଢିବାକୁ ସାହାଯ୍ୟ କରିବା ସହ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବୃଦ୍ଧି କରିଥାଏ। ମାତ୍ର ଫଳ ସହ କୌଣସି ଚାର୍ଟ ମସଲା, ଲୁଣ ଆଦି ମିଶାଇ ଖାଇବା ଉଚିତ ନୁହେଁ।

-ଗଜା ମୁଗ, ବୁଟ ଓ ଡ଼ାଲି ଜାତୀୟ ଖାଦ୍ୟ ମଧ୍ୟ ଅଧିକ ପରିମାଣରେ ଖାଆନ୍ତୁ। ଏଥିରେ ଭରପୂର ମାତ୍ରାରେ ପୋଷଣ ଥାଏ। ଏ ସମସ୍ତ ଖାଦ୍ୟ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ। ଏହା ସହଜରେ ହଜମ ମଧ୍ୟ ହୋଇଥାଏ।

Comments are closed, but trackbacks and pingbacks are open.