ଫେରିବ ଶୀତ; ମାଘରେ ଥରିବ ଓଡିଶା !

22

କଥାରେ ଅଛି ମାଘ ମାସେ ବାଘ ପରି ଶୀତ ଅନୁଭବ ହୁଏ । ରାଜ୍ୟକୁ ପୁଣି ଫେରିବ ହାଡଭଙ୍ଗା ଶୀତ। କମିବ ଦିନ ତାପମାତ୍ରା। ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । 

ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, ଢେଙ୍କାନାଳ, କେଉଁଝର, ଯାଜପୁର,ଭଦ୍ରକ,ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ,କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ମେଘମୁକ୍ତ ଆକାଶ ରହିଥିବା ବେଳେ ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଦୁଇଦିନ ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ହାଡଭଙ୍ଗା ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଭୁବନେଶ୍ୱରରେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ଶହେ ମିଟର ରେକର୍ଡ ହୋଇଛି । ଘନ କୁହୁଡି ଯୋଗୁଁ ଗାଡି ଚଳାଚଳରେ ବାଧା ଉପୁଜିଥିଲା। ଆସନ୍ତାକାଲି ପର୍ଯ୍ୟନ୍ତ କିଛି ଜିଲ୍ଲାରେ କୁହୁଡ଼ିର ପ୍ରଭାବ ରହିବ । ଆଗକୁ ଦୁଇ ଦିନ ପରେ ବାୟୁ ଚଳାଚଳରେ ପରିବର୍ତ୍ତନ ହେତୁ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବାର ସମ୍ଭାବନା ରହିଛି । ବିଶେଷକରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରଭାବ ଦେଖାଦେଇଛି । ଏନେଇ ପୂର୍ବରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଥିଲା। 

Comments are closed, but trackbacks and pingbacks are open.