ବଢୁଛି ସଂକ୍ରମଣ : ଆଜି ରାଜ୍ୟରୁ ଆଉ ୬୧ କରୋନା ସଂକ୍ରମିତ ଚିହ୍ନଟ

20

ବର୍ତ୍ତମାନ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ଧୀରେ ଧୀରେ ବଢ଼ିବାରେ ଲାଗିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ସଙ୍ଗରୋଧରୁ ୩୬ଜଣ ଓ ସ୍ଥାନୀୟ ସଂକ୍ରମିତ ୨୫ ଜଣ ରହିଛନ୍ତି । ସେହିଭଳି ଶୂନ ରୁ ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ଆକ୍ରାନ୍ତ ରହିଛନ୍ତି ।
ସେହିଭଳି ସଂକ୍ରମିତ ଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୬ଜଣ, କଟକରୁ ୭ଜଣ, ସୁନ୍ଦରଗଡ଼ରୁ ୫ଜଣ, ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସେହିପରି ଗତ ୨୪ ଘଣ୍ଟାରରେ ରାଜ୍ୟରୁ ଆଉ ୨୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୫୫୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୦୯୪୫୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.