ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ MOU ଚୁକ୍ତି ସ୍ଵାକ୍ଷରିତ,୪ ବର୍ଷରେ ସାରିବା ଲକ୍ଷ

660

ଭୁବନେଶ୍ୱର : ଓଡିଶା ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଖୁସି ଖବର । ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ଚୁକ୍ତି ସ୍ଵାକ୍ଷରିତ ହୋଇଛି । ଭର୍ଚୁଆଲ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ଵାକ୍ଷରିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ଚୁକ୍ତି ଓଡ଼ିଶାର ପରିବହନ ଇତିହାସରେ ଏକ ନୂତନ ଯୁଗର ଆବିର୍ଭାବର ସଙ୍କେତ ଦେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପ ମାଧ୍ୟମରେ ଆମେ ରାଜଧାନୀ ଅଞ୍ଚଳରେ ପରିବହନ କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହେଉଛୁ । ମୋ ସରକାରଙ୍କ ୫-ଟି ଇନିସିଏଟିଭ୍ ଅଧୀନରେ ଏହା ଏକ ଫ୍ଲାଗସିପ୍ କାର୍ୟ୍ୟକ୍ରମ, ଯାହା ଏକ ନୂତନ ଓଡ଼ିଶାର ଆବିର୍ଭାବର ପ୍ରତୀକ ହେବ ବୋଲି ସେ କହିଛନ୍ତି।

ସୂଚନା ଥାଉକି, ଏହି ପ୍ରକଳ୍ପ ପାଇଁ ମୋଟ ୬୨୫୫ କୋଟି ଟଙ୍କା ବ୍ୟୟ ହେବ । ତେବେ ଏହି ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସୂଚନା ରହିଛି । ପକଳ୍ପର ପ୍ରଥମ ପର୍ୟ୍ୟାୟରେ ଭୁବନେଶ୍ୱର ଏୟାରପୋର୍ଟଠାରୁ ତ୍ରିଶୂଳିଆ ଛକ ପର୍ୟ୍ୟନ୍ତ ମୋଟ୨୬ କିଲୋମିଟର ପର୍ୟ୍ୟନ୍ତ ମେଟ୍ରୋ ରେଳ ଚାଲିବ । ଏହା ମଧ୍ୟରେ ମୋଟ ୨୦ଟି ଷ୍ଟେସନ ରହିବ । ପ୍ରଥମ ପର୍ୟ୍ୟାୟର କାମ ୪ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘୫-ଟି’ ଉପକ୍ରମରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରି ମିଳିଛି। ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକମାନଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌‌ ୨୦ ଟି ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି। ଏହି କାର୍ଯ୍ୟକୁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ଦ୍ୱାରା ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି।

Comments are closed, but trackbacks and pingbacks are open.