ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ

25

ଭୁବନେଶ୍ୱର:ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରାଯାଉଛି। ସର୍ବାଧିକ ୧୦୦୦ ପଞ୍ଜୀକୃତ ଆବେଦନକାରୀ ୨୩ ତାରିଖ ପୂର୍ବାହ୍ନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ। ଭୁବନେଶ୍ବରସ୍ଥିତ ୟୁନିଟ-୫ ସରକାରୀ ବାସଗୃହ ନମ୍ବର ଭିଆଇଆଇଆଇଏମ୍‌ଆର୍‌-୪ଠାରେ ଏହି ଜନଶୁଣାଣି ହେବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୬୫ ଜଣ ଅନ୍‌ଲାଇନ ଅଭିଯୋଗ ପଞ୍ଜୀକୃତ ହୋଇଥିବା ଜଣାପଡ଼ିଛି।

Comments are closed, but trackbacks and pingbacks are open.