ମହିଳା ଦିବସରେ ମିଳିବ ସୁଭଦ୍ରା ଟଙ୍କା: ଚତୁର୍ଥ କିସ୍ତି ପାଇବେ 1 କୋଟି ହିତାଧିକାରୀ

28

ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସ, ମାର୍ଚ୍ଚ ୮ ତାରିଖରେ ଚତୁର୍ଥ କିସ୍ତି ପାଇବେ ସୁଭଦ୍ରା ହିତାଧିକାରୀ । ଏହି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୁଭଦ୍ରା ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେବା ସହ ସଫଳତା ପାଇଥିବା ସୁଭଦ୍ରା ହିତାଧିକାରୀଙ୍କୁ ମଂଚରେ ସମ୍ମାନିତ କରାଯିବ ବୋଲି ସୂଚନା ମିଳିଛି । ସୁଭଦ୍ରା ଯୋଜନା ୧୭ ସେପ୍ଟମ୍ବର, ୨୦୨୪ ରେ ଆରମ୍ଭ ହୋଇଥିଲା । ଶକ୍ତି ଏବଂ ସୁରକ୍ଷାର ପ୍ରତୀକ ଦେବୀ ସୁଭଦ୍ରାଙ୍କ ନାମରୁ ଏହାର ନାମ ନିଆଯାଇଛି । ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟରେ ଏପର୍ଯ୍ୟନ୍ତ ତିନୋଟି କିସ୍ତି ଟଙ୍କା ପହଞ୍ଚିସାରିଛି । ତିନୋଟି କିସ୍ତିରେ ୧ କୋଟିରୁ ଅଧିକ ହିତାଧିକାରୀ ମୋଟ ୧୫,୦୦୦ ଟଙ୍କା ପାଇସାରିଛନ୍ତି । ସୁଭଦ୍ରା ଯୋଜନା ଅଧିନରେ ଥିବା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ପାଇଁ ସରକାର ନିରନ୍ତର ପ୍ରୟାସ ଚଳାଇଛନ୍ତି ।

Comments are closed, but trackbacks and pingbacks are open.