ରାଜ୍ୟରେ ୧୦ କରୋନା ସଂକ୍ରମିତ ଚିହ୍ନଟ

35

ମାର୍ଚ୍ଚ ମାସ ମଧ୍ୟଭାଗରୁ ରାଜ୍ୟରେ କରୋନା ସଂକ୍ରମଣ ଆଶାତୀତ ଭାବରେ ହ୍ରାସ ପାଉଛି I କରୋନା ର ଦୈନିକ ସଂକ୍ରମଣ ଯଥେଷ୍ଟ କମି ଯାଇ ୨ ଦଶ ତଳକୁ ରହୁଥିବାବେଳେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୨୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୬୪୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୦୪୬୭୭୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.