୧୦୮ ସୁବାସିତ ଗରାଜଳରେ ସ୍ନାନ କଲେ ଶ୍ରୀଜିଉ

31

ପୁରୀ: ଆଜି ସ୍ନାନ ପୂର୍ଣ୍ଣିମା । ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ ସ୍ନାନଯାତ୍ରା ବା ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି । ପବିତ୍ର ଦେବସ୍ନାନ ପୁର୍ଣ୍ଣିମାରେ ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବେ ତିନି ଠାକୁର । ପରେ ହାତୀବେଶ ବା ଗଜାନନ ବେଶରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।

ସାଧାରଣତଃ ବର୍ଷରେ ଗୋଟିଏ ଥର ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି । ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇ ଥାଏ। ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

ଗତକାଲି ରାତି ସାଢେ ୩ଟାରେ ମଙ୍ଗଳାର୍ପଣ ସରି ଭୋର ୪ଟାରୁ ପହଣ୍ଡି ଆରମ୍ଭ ହୋଇଛି । ସକାଳ ୬ଟାରେ ପହଣ୍ଡି ସରି ୮ଟା ୧୦ରେ ମଙ୍ଗଳ ଆଳତି ହେବ । ପୂର୍ବାହ୍ନ ୧୧ଟା ୨୦ରୁ ମଧ୍ୟାହ୍ନ ୧୨ଟା ୪୫ ମଧ୍ୟରେ ଜଳବିଜେ, ପୂଜା ଓ ଠାକୁରଙ୍କ ସ୍ନାନ ସରିବ । ଅପରାହ୍ନ ୨ଟାରେ ଛେରାପହଁରା ପରେ ୨ଟା ୪୦ରେ ଠାକୁରଙ୍କ ହାତୀବେଶ କରାଯିବ । ସନ୍ଧ୍ୟା ୬ଟାରୁ ରାତି ସାଢେ ୯ ଅର୍ଥାତ୍‌‌ ସାଢେ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି । ସ୍ନାନଯାତ୍ରାର ବାହୁଡା ପହଣ୍ଡି ରାତି ୧୦ରୁ ଆରମ୍ଭ ହୋଇ ରାତି ୧ଟାରେ ଶେଷ ହେବ ।

Comments are closed, but trackbacks and pingbacks are open.