ରାଜ୍ୟରେ ୧୨ କରୋନା ସଂକ୍ରମିତ ଚିହ୍ନଟ

27

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସ ମଧ୍ୟରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୨୨ ଜଣକୁ ବୃଦ୍ଧି ପାଇଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୮୭୭ ରହିଥିବା ବେଳେ ୧୬୬ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.