ରାଜ୍ୟରୁ ୧୨୮ କୋଭିଡ୍ ସଂକ୍ରମିତ ଚିହ୍ନଟ ,୬ ମୃତ

24

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଆୟତ୍ତ କୁ ଆସୁଛି I ମୃତ୍ୟୁ ସଂଖ୍ୟା ମଧ୍ୟ ସାମାନ୍ୟ ହ୍ରାସ ପାଇଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହିତ ୬ ଜଣ ଆକ୍ରାନ୍ତଂକ ମୃତ୍ୟୁ ଘଟିଛି I ମୃତକ ମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩ ଜଣ, ଖୋର୍ଦ୍ଧା, କଟକ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି I ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି । ଆଜି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିଭଳି ସଂକ୍ରମିତ ମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୩ ଓ ସ୍ଥାନୀୟ ଅଞ୍ଚଳରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୨ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୬୧୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୭୫୬ ରହିଥିବା ବେଳେ ୧ ହଜାର ୭୧୫ ଜଣ ଚିକିତ୍ସିତ ହେଉଛନ୍ତି । ପ୍ରତିଥର ଭଳି ଏ ଭଳି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.