ରାଜ୍ୟରେ ୧୫୫ ସଂକ୍ରମିତ ଚିହ୍ନଟ, ୧ ମୃତ

19

ଆଜି ରାଜ୍ୟରୁ ୧୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୧ ଓ ସ୍ଥାନୀୟ ଅଞ୍ଚଳରୁ ୬୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୫୦୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୨୧୯ ରହିଥିବା ବେଳେ ୧ ହଜାର ୭୮୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୪୮କୁ ବୃଦ୍ଧି ପାଇଛି । ଯାଜପୁର ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.