୧୫ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର,ଖାନ ନଗରଠାରୁ ଲିଙ୍କ ରୋଡ ହେବ ୬ ଲେନ

17

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକର୧୫ଟି ୧୫ଟି ପ୍ରସ୍ତାବ ଉପରେ ବାଜିଛି ମୋହର । କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି । ଏହି ପ୍ରକଳ୍ପ ୨୪ ମାସ ମଧ୍ୟରେ ଶେଷ କରାଯିବ ବୋଲି ଜଣାପଡ଼ିଛି। ଏହାଦ୍ବାରା କଟକ ସହରର ଟ୍ରାଫିକ ସମସ୍ୟା ଅନେକାଂଶରେ ଦୂର ହୋଇପାରିବ।

ସେହିଭଳି ଓଡିଶା ଇଭି ପଲିସି-୨୦୨୧ରେ ସଂଶୋଧନକୁ କ୍ୟାବିନେଟ ମଞ୍ଜରୀ ମିଳିଛି । ଏଥିସହ ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଦିଆଯିବା ନେଇ ପ୍ରସ୍ତାବ ମଧ୍ୟ ଅନୁମୋଦନ ହୋଇଛି। ଓବିସି କମିସନ ସଂଶୋଧନ ନେଇ ଅଧ୍ୟାଦେଶ ଅଣାଯିବାକୁ କ୍ୟାବିନେଟ୍ ମଞ୍ଜରୀ ଦେଇଛି । ସେହିପରି ଅବକାରୀ ସବଇନସପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଓଡିଶା ଜଙ୍ଗଲସେବା କ୍ୟାଡରର ପୁନଃଗଠନ କରାଯିବା ପ୍ରସ୍ତାବ ଉପରେ ମୋହର ଲାଗିଛି।

ସେହିପରି ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ମସିହାକୁ ବୃଦ୍ଧି କରାଯିବା ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର କରିଛି।

Comments are closed, but trackbacks and pingbacks are open.