ରାଜ୍ୟରୁ ୧୬୮ କୋଭିଡ୍ ସଂକ୍ରମିତ ଚିହ୍ନଟ :୮ ମୃତ

24

ରାଜ୍ୟରେ କରୋନା ସଂକ୍ରମଣ ଧୀରେଧୀରେ ହ୍ରାସ ପାଇ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ କୁ ଆସିଛି Iବର୍ତ୍ତମାନ ଦୈନିକ ପଜିଟିଭ୍ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ସଂକ୍ରମଣ ହ୍ରାସ କରିବା ପାଇଁ ରାଜ୍ୟରେ ବ୍ୟାପକ ଟିକାକରଣ, ସଚେତନତା ଆଦି ପଦକ୍ଷେପ ନିଆଯାଇଥିଲା । ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହିତ ୮ ଜଣ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି I ମୃତକ ମାନେ ଖୋର୍ଦ୍ଧାରୁ ୪ ଜଣ, ବରଗଡ଼, ଦେଓଗଡ଼, ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ ଚିହ୍ନଟ ହୋଇଛନ୍ତି । ଆଜିର ମୃତକ ଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୦୭୯କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୯ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ସଂକ୍ରମିତ ମାନେ ହେଉଛନ୍ତି ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜମ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୨୦୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୩ ହଜାର ୭୩୪ ରହିଥିବା ବେଳେ ୨ ହଜାର ୩୪୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.