ଦିନକରେ ୨୫ କୋଭିଡ୍‌ ସଂକ୍ରମିତ ଚିହ୍ନଟ

28

ଭୁବନେଶ୍ବର: ଧୀରେ ଧୀରେ କରୋନା ଗ୍ରାଫ୍‌ ତଳ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୫ କୋଭିଡ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଜଣ, କଟକ, ଖୋର୍ଦ୍ଧା, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ବରଗଡ଼, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାରୁ ଜ​‌ଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି। ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୭ଟି  ସକ୍ରିୟ ମାମଲା ରହିଥିବା ବେଳେ ୧୩୨୬୨୬୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୯୧୧୮୯ ନମୁନା ପରୀକ୍ଷା ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୯୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.