ରାଜ୍ୟରେ ୨୮ କରୋନା ସଂକ୍ରମିତ ଚିହ୍ନଟ

27

ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଛି I ଗୋଟିଏ ସପ୍ତାହ ମଧ୍ୟରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା ୨ ଦଶରୁ କମ ରହୁଥିବାବେଳେ ଆଜି ଆକ୍ରାନ୍ତ ଙ୍କ ସଂଖ୍ୟା ସାମାନ୍ୟ ବଢିଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩ ଜଣ ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭ ଜଣ, ସମ୍ବଲପୁରରୁ ୪ ଜଣ, ମୟୂରଭଞ୍ଜରୁ ୩ ଜଣ, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗଳ, ବାଲେଶ୍ବର, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୪୧୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୪୨୬୨୩ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.