ବଜ୍ରପାତ ଯୋଗୁଁ ୩ ମୃତ: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

191

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed, but trackbacks and pingbacks are open.