୩ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ଡିଜି ପାହ୍ୟା

28

୧୯୯୦ ବ୍ୟାଚର ତିନି ଆଇପିଏସ୍ ଅଫିସର ଅରୁଣ ଷଡ଼ଙ୍ଗୀ, ଡ. ସୁଧାଂଶୁ ଷଡ଼ଙ୍ଗୀ ଏବଂ ୱାଇବି ଖୁରାନିଆ ଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅତିରିକ୍ତ ଡିଜି ପାହ୍ୟାରେ ଥିବା ଅରୁଣ ଷଡ଼ଙ୍ଗୀ ବର୍ତ୍ତମାନ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

ସେହିଭଳି ଡ. ସୁଧାଂଶୁ ଷଡ଼ଙ୍ଗୀ ବର୍ତ୍ତମାନ ରାଜ୍ୟ ପୁଲିସ ହାଉସିଂ କର୍ପୋରେସନ୍ ର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ଅନ୍ୟପକ୍ଷରେ ଖୁରାନିଆ ଏବେ କେନ୍ଦ୍ରୀୟ ଡେପୁଟେସନ୍ ରେ ଅଛନ୍ତି ।

Comments are closed, but trackbacks and pingbacks are open.