୩୧ ଜଣ ନିଖୋଜ ଅଛନ୍ତି: ମମତା

29

କଟକ: କଟକ ଏଏସିବିରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆହତଙ୍କୁ ଭେଟିବା ପରେ ଗଣମାଧ୍ୟମ ଆଗରେ ମମତା ବାନାର୍ଜୀ ନିଜର ପ୍ରତିକ୍ରିୟା ରଖିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଏବେ ବି ୩୧ ଜଣ ନିଖୋଜ ଅଛନ୍ତି ଓ ୧୦୩ଟି ମୃତଦେହ ଚିହ୍ନଟ ହୋଇଛି ।

୯୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏପର୍ଯ୍ୟନ୍ତ ୮୭ ମୃତଦେହ ପଶ୍ଚିମବଙ୍ଗରେ ପହଞ୍ଚଛି । ଓଡିଶା ଓ ପଶ୍ଚିମବଙ୍ଗ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି । ଟ୍ରେନ୍ ଦୁର୍ଘଟଣାର ସିବିଆଇ ତଦନ୍ତ କରୁଛି ଆଉ ସତ ସାମ୍ନାକୁ ଆସ ବୋଲି କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।

Comments are closed, but trackbacks and pingbacks are open.