ରାଜ୍ୟରୁ ୩୫୫ କୋଭିଡ୍ ସଂକ୍ରମିତ ଚିହ୍ନଟ

13

ରାଜ୍ୟରେ କ୍ରମଶଃ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୧୨୧କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୨୧୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୪୭୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୮୩୯୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି I

Comments are closed, but trackbacks and pingbacks are open.