ରାଜ୍ୟ ରୁ ଆଜି ୩୮ କରୋନା ସଂକ୍ରମିତ ଚିହ୍ନଟ

39

ରାଜ୍ୟରେ ବର୍ତ୍ତମାନ ସାମାନ୍ୟ ବଢିଛି କରୋନା ସଂକ୍ରମଣ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସେହିଭଳି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ରୁ ସର୍ବାଧିକ ୨୭ଜଣ, ପୁରୀ ଜିଲ୍ଲାରୁ ୩ଜଣ, କଟକ ୨ଜଣ,ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୪୧୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୩୬୮୫୦ସାମ୍ପୁଲ ଟେଷ୍ଟ୍ ହୋଇଛି

Comments are closed, but trackbacks and pingbacks are open.