ରାଜ୍ୟରେ ୩୮୮ ଜଣ ସଂକ୍ରମିତ ଚିହ୍ନଟ , ୧୫ ମୃତ

13

ରାଜ୍ୟରେ ବର୍ତ୍ତମାନ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି I କିନ୍ତୁ ମୃତ୍ୟୁ ସଂଖ୍ୟାରେ ଏଯାଏଁ ବ୍ରେକ ଲାଗି ପାରୁନାହିଁ I ସେହି ଅନୁସାରେ ଆଜି ରାଜ୍ୟରୁ ୩୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇ ଥିବାବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି I ମୃତକ ମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୬ ଜଣ, ବାଲେଶ୍ୱର, କଟକ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି I ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହି ଅନୁସାରେ ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୧୬୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୮୬୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୮ ହଜାର ୧୫୮ ରହିଥିବା ବେଳେ ୫ ହଜାର ୬୩୨ ଜଣ ଚିକିତ୍ସିତ ହେଉଛନ୍ତି । ପ୍ରତିଥର ଭଳି ଏଥର ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.