ଆଜି ରାଜ୍ୟରେ ୪ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ

17

ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହ୍ରାସ ପାଉଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି I ମୃତକ ମାନଙ୍କ ମଧ୍ୟରେ ମଧ୍ୟରେ କନ୍ଧମାଳ ଜିଲ୍ଲାରୁ ଜଣେ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ରହିଛନ୍ତି I ଆଜିର ମୃତକ ଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Comments are closed, but trackbacks and pingbacks are open.