ଦିନକରେ ୪୪ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ

35

ଭୁବନେଶ୍ବର: ଧୀରେ ଧୀରେ ସଂକ୍ରମଣ ହାର ତଳ ମୁହାଁ ହେବାରେ ଲାଗିଛି। ତଳକୁ ଖସୁଛି କରୋନା ଗ୍ରାଫ୍‌। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି। ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୪୬୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୧୨୨୪୮ ନମୁନା ପରୀକ୍ଷା ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.