ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ମିଳିବ ୫ ଲକ୍ଷର ଲୋନ୍‌

34

ଭୁବନେଶ୍ୱର : ମିଶନ ଶକ୍ତି ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ମିଶନ ଶକ୍ତି ଋଣକୁ ୩ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର I ଏଣିକି ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ମିଳିବ ୫ ଲକ୍ଷ ଟଙ୍କା ର ଋଣ । ପୂର୍ବରୁ ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ଦିଆଯାଉଥିଲା ୩ ଲକ୍ଷ ଟଙ୍କାର ଋଣ । ଏହାକୁ ୩ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଋଣ ରାଶିର ସୁଧକୁ ରାଜ୍ୟ ସରକାର ବହନ କରିବେ । ଏ ନେଇ ବିଧାନସଭାରେ ଘୋଷଣା କରିଛନ୍ତି ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌ ।

ତେବେ ମିଶନ ଶକ୍ତି ହେଉଛି ଓଡ଼ିଶା ସରକାରଙ୍କଦ୍ୱାରା୨୦୦୧ ମସିହା ମାର୍ଚ୍ଚ ୮ ତାରିଖରେ ଆନ୍ତଜାତିକ ମହିଳା ଦିବସରୁ ପ୍ରଚଳନ କରାଯାଇଥିବା ଏକ ଯୋଜନା । ମହିଳା ସ୍ୱୟଂ ସହୟିକା ଗୋଷ୍ଠୀ ଗୁଡିକୁ ସଂଗଠିତ ଓ ମଜବୁତ କରିବା ମୂଳ ଉଦ୍ଦେଶ୍ୟ ନେଇ ଏହି ଯୋଜନା ଆରମ୍ଭ କରାଯାଇଥିଲା । ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଓ ମିଶନ ଶକ୍ତି ଯୋଜନା ଏକତ୍ର କାର୍ଯ୍ୟ କରନ୍ତି । ମହିଳା ଓ ଶିଶୁମାନଙ୍କ ପାଇଁ ବିଭିନ୍ନ ଯୋଜନା, ଶିଶୁ ଏବଂ ମହିଳା ପୁଷ୍ଟି, ମମତା ଯୋଜନା, ମିଶନ ଶକ୍ତି ଆଦି ବିଷୟରେ ସଚେତନତା ସୃଷ୍ଟି ପାଇଁ ୨୦୧୯ ମସିହାରେ ଏହି ମନ୍ତ୍ରଣାଳୟ “ଟିକି ମାଉସୀ” ନାମରେ ନିଜର ଏକ ମାସ୍କଟ ପ୍ରଚଳନ କରିଥିଲେ । ୨୦୨୦ ମସିହା ମାର୍ଚ୍ଚ ୮ ତାରିଖରେ ଆନ୍ତଜାତିକ ମହିଳା ଦିବସରେ, ଓଡ଼ିଶା ସରକାର ମିଶନ ଶକ୍ତିକୁ ଏକ ସ୍ୱତନ୍ତ୍ର ବିଭାଗ ଭାବରେ ଘୋଷଣା କରିଥିଲେ

Comments are closed, but trackbacks and pingbacks are open.