ରାଜ୍ୟ ରେ ୨୪ ଘଣ୍ଟାରେ ୫୧୦ କୋଭିଡ୍ ଆକ୍ରାନ୍ତ ଚିହ୍ନଟ

21

ରାଜ୍ୟରେ ଧୀରେ ଧୀରେ କୋଭିଡ୍ ସଂକ୍ରମଣ ଖସୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୭୫୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି I

Leave A Reply

Your email address will not be published.