ରାଜ୍ୟ ରୁ ୫୫ କରୋନା ସଂକ୍ରମିତ ଚିହ୍ନଟ

31

ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇ ସ୍ଥିତି ନିୟନ୍ତ୍ରଣରେ ରହିଛି I ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ ଲାଗି ପାରିଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୭୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୭୫୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୪୦୬୧୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.