ଗଜପତିରେ 5T ସଚିବ ଭି.କେ ପାଣ୍ଡିଆନ

4,945

ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ । ଓଡ଼ିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡ଼ି କାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି ।

ଗଜପତି ଗସ୍ତର ଦ୍ବିତୀୟ ଦିନରେ ପାଣ୍ଡିଆନ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାଆଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ପାଣ୍ଡିଆନ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।

Comments are closed, but trackbacks and pingbacks are open.