5T ସଚିବଙ୍କ ସୁଆଣ୍ଡୋ ପରିଦର୍ଶନ

38

ଭୁବନେଶ୍ୱର : ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ ପରିଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ଐତିହ୍ୟ ଗ୍ରାମ ସୁଆଣ୍ଡୋର ବିକାଶ ପାଇଁ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଠାରୁ ଗ୍ରାମର ବିଭିନ୍ନ ମନ୍ଦିର, ବିଦ୍ୟାଳୟ ଓ ପୁଷ୍କରିଣୀର ପୁନରୁଦ୍ଧାର କାର୍ଯ୍ଯ ଅଗ୍ରଗତି ହେଉଛି । ଆଜି ୫ଟି ସଚିବ ଭିକେ ପାଣ୍ଡିଆନ୍ ସୁଆଣ୍ଡୋ ଗସ୍ତ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ଯର ସମୀକ୍ଷା କରିଛନ୍ତି । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଗ୍ରାମରେ ଚାଲିଛି ‘ସୁଆଣ୍ଡୋ ପ୍ରକଳ୍ପ’ । ଏହି ସମୟରେ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିଥିଲେ । କାର୍ଯ୍ଯର ତଦାରଖ କରିବା ସହ ସମଗ୍ର ଅଞ୍ଚଳ ବୁଲି ଦେଖିଥିଲେ ୫ଟି ସଚିବ । ଯେଉଁଘରେ ଉତ୍କଳମଣି ଜନ୍ମ ଗ୍ରହଣ କରିଥିଲେ, ସେହି ଘରକୁ ମଧ୍ୟ ବୁଲି ଦେଖିଥିଲେ ୫ଟି ସଚିବ ଭିକେ ପାଣ୍ଡିଆନ୍ ।

ଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲାI ସୁଆଣ୍ଡୋ ବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି. ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଶ୍ରୀ ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ ।

Comments are closed, but trackbacks and pingbacks are open.