ପିଏମ କିଷାନରେ ଆଉ ୬ ଲକ୍ଷ

109

ଭୁବନେଶ୍ୱର: ବୁଧବାର ରାଜ୍ୟରେ ନବଗଠିତ ବିଜେପି ସରକାରଙ୍କ ଦ୍ୱିତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମହୋନଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ପ୍ରାୟ ୩ ଘଣ୍ଟା ଧରି ଚାଲିଥିଲା । ତେବେ ବୈଠକ ପରେ ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ତେବେ ଏହି କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।  କ୍ୟାବିନେଟ ବୈଠକର ନିଷ୍ପତ୍ତି ଅନୁଯାୟୀ ପିଏମ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ । ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ପିଏମ କିଷାନରେ ସାମିଲ କରାଯିବ । ଏଥିରେ କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀଙ୍କୁ ସାମିଲ କରାଯିବ ।

Comments are closed, but trackbacks and pingbacks are open.