୬୩ ସଂକ୍ରମିତ ଚିହ୍ନଟ

36

ଭୁବନେଶ୍ବର: ସାରା ରାଜ୍ୟରେ କରୋନାଗ୍ରାଫ୍ ଉପରତଳ ଲାଗିରହିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୭୦୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ରୁ ୪, ବଲାଙ୍ଗୀରରୁ ୧, କଟକରୁ ୮ ଜଣ, ଜଗତସିଂହପୁରରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୫, ପୁରୀରୁ ୬, ସମ୍ଵଲପୁରରୁ ୨, ସୁନ୍ଦରଗଡ଼ରୁ ୧୧, ଷ୍ଟେଟପୁଲରୁ ୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୪୭୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୩୫୫୫୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.