୪୮୪୮ଟି ସରକାରୀ ହାଇସ୍କୁଲରେ ନିଯୁକ୍ତି ପାଇବେ ୭ ହଜାର ୫୪୦ ଶିକ୍ଷକ

33

ଭୁବନେଶ୍ୱର : ରାଜ୍ୟରେ ସରକାରୀ ହାଇସ୍କୁଲ ଗୁଡିକରେ ପୂରଣ ହେବ ଶିକ୍ଷକ ପଦ I ୪୮୪୮ଟି ସରକାରୀ ହାଇସ୍କୁଲରେ ନିଯୁକ୍ତି ପାଇବେ ୭ ହଜାର ୫୪୦ ଶିକ୍ଷକ I ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ ଅନୁମୋଦନ ଦେଇଛନ୍ତି । ଖୁବଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହା ଫଳରେ ଶିକ୍ଷକତା ପାଇଁ ଅପେକ୍ଷା କରିଥିବା ବହୁ ଆଶାୟୀ ପ୍ରାର୍ଥୀ ନିଯୁକ୍ତି ପାଇବେ I ଟିଜିଟି (କଳା), ଟିଜିଟି (ପିସିଏମ୍‌ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ। ଏନେଇ 5T ସିଚବ ଭିକେ ପାଣ୍ଡିଆନ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ।

Comments are closed, but trackbacks and pingbacks are open.