ରାଜ୍ୟରେ ଆଉ ୮ କରୋନା ସଂକ୍ରମିତ ଚିହ୍ନଟ

28

ରାଜ୍ୟରେ ବର୍ତ୍ତମାନ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି I ଗତ ୪୮ ଘଣ୍ଟା ମଧ୍ୟରେ ଦୁଇଟି ସ୍କୁଲ ହଷ୍ଟେଲ ରୁ ୬୫ ଜଣ ଛାତ୍ର କରୋନା ସଂକ୍ରମିତ ହେବା ଫଳରେ ଚିନ୍ତା ବଢ଼ିଥିଲା I ସେହିପରି ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୩ ଜଣ ସଂକ୍ରମିତ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.