ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ: ରାହୁଲ ଗାନ୍ଧି

197

ଭୁବନେଶ୍ୱର: ଆସୁ ଆସୁ ବିଜେଡି ଉପରେ ବର୍ଷିଲେ ରାହୁଲ ଗାନ୍ଧି । ସାଲେପୁର ସଭାରେ ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଠ ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି  କହିଲେ । ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି । କଂଗ୍ରେସ ତେଲାଙ୍ଗାନାରେ ବିଜେପି-ବିଆରଏସ ମେଣ୍ଟ ପଦାକୁ ଆଣିଥିଲା । ନିର୍ବାଚନ ହେଲା , ସେଠାରେ ବିଆରଏସ ପୂରା ଉଡିଗଲା । ଏଠାରେ ବିଜେପି-ବିଜେଡିର ବାହାଘର ହୋଇଯାଇଛି । ଏଠାରେ ଦୁଇ ଜଣ ଏକାଠି ରହି ଓଡିଶାବାସୀଙ୍କୁ ପାନ ଦେଉଛନ୍ତି । ଚାରା ରୋପଣ ନାଁରେ ଏଠାରେ ୧୫ ହଜାର କୋଟି ଲୁଟୁଛନ୍ତି । ଖଣିରୁ ପ୍ରଚୁର ଲୁଟୁଛନ୍ତି, କଂଗ୍ରେସ ଆସିଲେ ଏ ଟଙ୍କା ଫେରସ୍ତ ହେବ । ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବକଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍‌ ଦିଆଯିବ। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ। ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଥିଲେ ରାହୁଲ ଗାନ୍ଧୀ। ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥଲେ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରଛାତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ଗାନ୍ଧୀ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ। ସେଠାରେ ନ୍ୟାୟ ସମାବେଶରେ ଯୋଗ ଦେଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି।

Comments are closed, but trackbacks and pingbacks are open.