ସାରା ରାଜ୍ୟରେ ୮୨ ସଂକ୍ରମିତ ଚିହ୍ନଟ

45

ଭୁବନେଶ୍ବର: ଗତକାଲି ତୁଳନାରେ ପୁଣି କୋଭିଡ୍‌ ସଂକ୍ରମଣ ହାର ବୃଦ୍ଧିପାଇଛି। ଉପର ମୁହାଁ ହୋଇଛି କରୋନା ଗ୍ରାଫ୍‌। ସମଗ୍ର ରାଜ୍ୟରେ ୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୩୪୭୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୩ଟି ସକ୍ରିୟ ମାମଲା ରହିଥିବା ବେଳେ ୧୩୨୪୯୧୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୪୪୩୯୦  ନମୁନା ପରୀକ୍ଷା ହୋଇଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୭୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ରହିଛନ୍ତି ।

Comments are closed, but trackbacks and pingbacks are open.