ଦିନକରେ ୮୯ ସଂକ୍ରମିତ ଚିହ୍ନଟ

39

ଭୁବନେଶ୍ବର: ପୁଣି ଉପର ମୁହାଁ ହୋଇଛି କରୋନା ଗ୍ରାଫ୍‌। କୋଭିଡ୍‌ ସଂକ୍ରମଣ ହାର ବୃଦ୍ଧିପାଇଛି। ସମଗ୍ର ରାଜ୍ୟରେ ୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୩୪୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୮୮ଟି ସକ୍ରିୟ ମାମଲା ରହିଥିବାବେଳେ ୧୩୨୫୦୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୩୬୫୩୧୭୮ ନମୁନା ପରୀକ୍ଷା ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୮୭୬କୁ ବୃଦ୍ଧି ପାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ବାଲେଶ୍ୱର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ ଜଣ, ଷ୍ଟେଟ ପୁଲ୍‌ରୁ ୩ ଜଣ ରହିଛନ୍ତି।

Comments are closed, but trackbacks and pingbacks are open.