ରାଜ୍ୟରୁ ଆଜି ୯ ଜଣ କରୋନା ସଂକ୍ରମିତ ଚିହ୍ନଟ

27

ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ତଳମୁହାଁ ରହିଛି I ରାଜ୍ୟରେ ବର୍ତ୍ତମାନ ୪ର୍ଥ ଲହରର ଆଶଙ୍କା ନାହିଁ I କରୋନା ସଂକ୍ରମଣ ର ସ୍ଥିତି ଆୟତ୍ତରେ ରହିଥିଲେ ମଧ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୩୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୭୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୨୩୩୨୫ସାମ୍ପୁଲ ଟେଷ୍ଟ୍ ହୋଇଛି । 

Comments are closed, but trackbacks and pingbacks are open.