ବଜ୍ରପାତ ଘଟି ୯ ମୃତ: ଅନୁକମ୍ପାମୂଳକ ସହାୟତା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

170

ଭୁବନେଶ୍ଵର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed, but trackbacks and pingbacks are open.