ରାଜ୍ୟରୁ ୯୨୫ କରୋନା ସଂକ୍ରମିତ ଚିହ୍ନଟ : ୨୨ ମୃତ

18

ଆଜି ରାଜ୍ୟରୁ ୯୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତିଏବଂ ୨୨ ଜଣଙ୍କ ମୃତ୍ୟୁ ଘଟିଛି I ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧାରୁ ୫, ଢେଙ୍କାନାଳ ଓ କଟକରୁ ୩ ଲେଖାଏଁ, ମୟୁରଭଞ୍ଜରୁ ୨,ଭଦ୍ରକ,ଯାଜପୁର ଓ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୯୨୬ରେ ପହଞ୍ଚିଛି।
ସେହିପରି ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ ୫୪୨ ଓ ସ୍ଥାନୀୟ ଅଞ୍ଚଳରୁ ୩୮୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୦୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୪୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୭୯୬ ରହିଥିବା ବେଳେ ୧୦ ହଜାର ୨୭୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.