ଅବପାତରେ ପରିଣତ ହେଲା ପରେ, ବାତ୍ୟା କେଉଁଠି ମାଡ଼ ହେବ ଜଣାପଡିବ

23

ଦକ୍ଷିଣ ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତରେ ପରିଣତ ହେବ। ବାତ୍ୟା’ ଜୱାଦ ସମ୍ପର୍କରେ ସୂଚନା ଜାରି କରି ଭାରତୀୟ ପାଣିପାଗ ବିଭାଗ କହିଛି ଯେ, ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ। ଆଜି ଏହି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ,ଏହାର ତୀବ୍ରତା କେତେ ରହିବ କାଲି ସ୍ପଷ୍ଟ କରାଯିବ। ତେବେ ଏହାର ପ୍ରଭାବରେ ଘଣ୍ଟାପ୍ରତି ଅତି ବେଶୀରେ ୧୧୦ କିମି ପର୍ଯ୍ୟନ୍ତ ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଏହା ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାରୁ ଅନୁସାରେ ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହା ପ୍ରଭାବରେ ପବନ ମଧ୍ୟ ବୋହିବ । ଆଇଏମଡି ଡିଜି ଆହୁରି କହିଛନ୍ତି, ୪ ତାରିଖରେ ବାତ୍ୟା ଉପକୂଳ ପାଖାପାଖି ହେଲେ ବି ଅତିକ୍ରମ କରିନପାରେ। ବାତ୍ୟା ସ୍ଥଳଭାଗ ନ ଛୁଇଁ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ବର୍ଷା ହେବ।
ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୫ରୁ ୭୫ କିମି ରହିବ। ପବନର ବେଗ ଘଣ୍ଟା ପ୍ରତି ୮୫ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ବାତ୍ୟା ପ୍ରଭାବରେ ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୪ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ। ସମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ। ସେଥିପାଇଁ ୪ ତାରିଖରେ ୧୧ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କଟକ।

Leave A Reply

Your email address will not be published.