ରାଜ୍ୟରୁ ୨୩୭ ସଂକ୍ରମିତ ଚିହ୍ନଟ, ୨ ମୃତ

16

ଆଜି ରାଜ୍ୟରୁ ୨୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଙ୍କ ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ଭୁବନେଶ୍ୱର ଓ ଢେଙ୍କାନାଳ ଜିଲ୍ଲାର Iଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୧୩କୁ ବୃଦ୍ଧି ପାଇଛି । ସେହିଭଳି ଆକ୍ରାନ୍ତ ମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ହେଉଛନ୍ତି ୧୮ ବର୍ଷରୁ କମ ବୟସର I ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୩୪୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୫୦୯ ରହିଥିବା ବେଳେ ୨ ହଜାର ୩୭୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.