ଆଜି ରାଜ୍ୟରୁ ୧୯୩ କରୋନା ସଂକ୍ରମିତ ,୨ ମୃତ

22

ରାଜ୍ୟର ଗତ କିଛି ଦିନ ଧରି କରୋନା ଗ୍ରାଫ ତଳ ଉପର ହେଉଛି I ଦୁଇ ସପ୍ତାହ ପୂର୍ବରୁ କରୋନା ସଂକ୍ରମଣ ୨୦୦ ତଳକୁ ରହୁଥିବାବେଳେ ଗତ ସପ୍ତାହ ପୁଣି ଏହା ୨୦୦ ପାର କରିଥିଲା I ସେହିପରି ଆଜି ପୁଣି ରାଜ୍ୟରେ ୨୦୦ ତଳକୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୨୦କୁ ବୃଦ୍ଧି ପାଇଛି । ଭୁବନେଶ୍ୱର, ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣ ପଡିଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୦୬୦ରେ ପହଞ୍ଚିଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୩ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୨୦ଜଣ ରହିଛନ୍ତି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.