ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’

17

ରାଜ୍ୟରେ ଆରମ୍ଭ ହୋଇଛି ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’।ଆଜି ଭୁବନେଶ୍ୱର ବିମାନ ବନ୍ଦର ରେ ଏହି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ I ପ୍ରଥମ ପର୍ଯ୍ୟାୟ ର ୫ ଟି ଜିଲ୍ଲାର ରୋଗୀମାନଙ୍କୁ ଜରୁରୀ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଏହି ସେବାର ଆରମ୍ଭ କରାଯାଇଛି Iଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡ଼ାଣ ଆରମ୍ଭ ହୋଇଛି ।ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା- ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ପାଇପାରିବେ। ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍ ହସ୍ପିଟାଲର ଦକ୍ଷ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡ୍‌ନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ। ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ।
ଏହି ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନଵ ଦାସ ଓ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.