ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା କୁ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ପାଇଁ ପରାମର୍ଶ
ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ୱାସ୍ଥ୍ୟସେବାକୁ ନେଇ ସୋମବାର ସମୀକ୍ଷା କରିଛନ୍ତି । ରାଜ୍ୟରେ ଚିହ୍ନଟ ହୋଇଥିବା ଓମିକ୍ରନ ସଂକ୍ରମି ବୃଦ୍ଧି ହେବ ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଶେଷ ପାଇଁ ପରାମର୍ଶ ଦେଇଛନ୍ତି । ଏହା ସହିତ ଟିକା ଏବଂ କୋଭିଡ ଚିକିତ୍ସାକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେବା ସହ,ବେସରକାରୀ ହସ୍ପିଟାଲ ଗୁଡ଼ିକର ନିୟମିତ ଭାବରେ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବିଏସକେୱାଇ ର ସଫଳ କାର୍ଯ୍ୟକାରିତା ପାଇଁ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ଆସନ୍ତା ସପ୍ତାହକ ମଧ୍ୟରେ ସବୁ ହିତାଧୀକାରୀଙ୍କୁ ବିଏସକେୱାଇ କାର୍ଡ ପ୍ରଦାନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସାରା ରାଜ୍ୟରେ ଶିଶୁଙ୍କ ନିମନ୍ତେ ଉତ୍ତମ ଚିକିତ୍ସା ବ୍ୟବସ୍ଥା ସହ କୋଭିଡ ନିୟମର କୁ କଡାକଡି କରିବାକୁ ସ୍ୱାସ୍ଥ୍ୟ ବିଭାଗ ଏବଂ ପୋଲିସ୍ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ କୋଭିଡ୍ ପାଇଁ ଜନ ସଚେତନତା ବାର୍ତ୍ତା ପ୍ରଚାର ପାଇଁ ସୂଚନା ଏବଂ ଲୋକ ସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।