ପରଲୋକ ରେ ବ୍ରଜରାଜ ନଗର ବିଧାୟକ କିଶୋର ମହାନ୍ତି

20

ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତି ଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ନିଜ ସେ ନିଜ କାର୍ଯ୍ୟାଳୟରେ ବସିଥିବା ବେଳେ ହୃଦଘାତହୋଇଥିଲା ଏବଂ ପରେ ପରେ ତାଙ୍କୁ ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ ।
୨୦୦୭ ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ଯ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ । ତାଙ୍କର ଅକାଳ ବିୟୋଗ ପରେ ଓଡିଶା ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟ ଜରିଆରେ ନିଜର ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.