ରାଜ୍ୟରେ ଆଜି ପୁଣି ୪ ଶହ ଟପିଲା କରୋନା ସଂକ୍ରମଣ

17

ରାଜ୍ୟରେ ପୁଣି ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ I ଗତ ଅଢେଇ ମାସ ଧରି ସଂକ୍ରମଣ ହାର ଆଖିଦୃଶିଆ ଭାବରେ ହ୍ରାସ ପାଇ ୨୦୦ ତଳକୁ ରହୁଥିଲା I ଏହା ଦ୍ୱାରା ରାଜ୍ୟବାସୀ ଆଶ୍ବସ୍ତି ପାଇଥିଲା ବେଳେ ମୁଣ୍ଡ ଟେକିଥିଲା ‘ଓମୀକ୍ରନ’ ସଂକ୍ରମଣ I ‘ଓମୀକ୍ରନ’ ସଂକ୍ରମଣ ରାଜ୍ୟରେ ଧୀରେ ଧୀରେ ବୃଦ୍ଧି ପାଉଥିବାବେଳେ ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଏକାଥରକେ ୪୦୦ ପାର କଲାଣି I ଗତକାଲି ଠାରୁ ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୪ ଶହରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବରୁ ଗତକାଲି ଯେଉଁ ରିପୋର୍ଟ ଆସିଥିଲା ସେଥିରେ ମଧ୍ୟ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା। ପ୍ରାୟ ଦୁଇ ମାସ ପରେ ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ୪ ପାର କରି ଚିନ୍ତା ବଢ଼ାଇଛି I
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯, ବରଗଡ଼ରୁ ୫, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୬, କଟକରୁ ୬୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୨, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ରହିଛନ୍ତି ।
୪୨୪ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୯୮୦କୁ ବୃଦ୍ଧି ପାଇଛି।
ସେହିଭଳି ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩୭ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବିଦେଶ ଫେରନ୍ତାଙ୍କ ସହିତ ସ୍ଥାନୀୟ ସଂକ୍ରମିତ ମଧ୍ୟ ରହିଛନ୍ତି।

Leave A Reply

Your email address will not be published.