ପ୍ରକାଶ ପାଇଲା ପୌରନିର୍ବାଚନ ମେୟର ସଂରକ୍ଷଣ ଲିଷ୍ଟ

24

ରାଜ୍ୟରେ ପଂଚାୟତ ନିର୍ବାଚନ ପରେ ପରେ ଖୁବ ଶୀଘ୍ର ହେବାକୁ ଯାଉଛି ପୌର ନିର୍ବାଚନ Iଭୁବନେଶ୍ୱର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଥିବାବେଳେ କଟକ ମହାନଗର ନିଗମର ମେୟର ପଦବୀକୁ ଅଣସଂରକ୍ଷିତ ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ଏନେଇ ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ର ଧାରା ୧୪ର ଉପଧାରା ୩ ଓ ୪ ଅନ୍ତର୍ଗତ ଏବଂ ଓଡ଼ିଶା ମହାନଗର ନିଗମ ରୁଲସ-୨୦୦୩ର ରୁଲ-୮୦(୮) ର ପ୍ରାବଧାନ ଅନୁସାରେ ମହାନଗରଗୁଡ଼ିକର ମେୟର ପଦବୀକୁ ସଂରକ୍ଷିତ ରଖିବାକୁ ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଛି । ଏହି ସବୁ ନଗର ନିଗମର ମେୟର ସଂରକ୍ଷଣରେ ଯଦି କାହାର ଆପତ୍ତି ବା ଅଭିଯୋଗ ରହିଛି ୧୫ ଦିନ ଭିତରେ ଜଣାଇବାକୁ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତିରୁ ସୂଚନା ମିଳିଛି ।

Leave A Reply

Your email address will not be published.