ଜାଣନ୍ତୁ ପେଟ୍ରୋଲ ଓ ଡିଜେଲର ତାଜା ଅପଡେଟ :ନୂଆ ଦାମ୍ ଜାରି କଲେ କମ୍ପାନୀ

20

ପ୍ରତିଦିନ ତୈଳ ଦରରେ ପରିବର୍ତ୍ତନ ହେଉଥିବା ବେଳେ ଆଜି କେତେ ରହିଛି ପେଟ୍ରୋଲ ଏବଂ ଡିଜେଲର ଦର ଆସନ୍ତୁ ଜାଣିବା Iସରକାରୀ ତୈଳ କମ୍ପାନୀ ଶନିବାର ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଛନ୍ତି । ପ୍ରାୟ ଅଢେଇ ମାସ ଧରି ତୈଳ ଦରରେ କୌଣସି ଆଖିଦୃଶିଆ ପରିବର୍ତ୍ତନ ହେଇନାହିଁ ନ ଥିବାବେଳେ ଆଜି ଲାଗୁ ହୋଇଥିବା ନୂଆ ଦରରେ ମଧ୍ୟ ସେଭଳି କୌଣସି ପରିବର୍ତ୍ତନ ହୋଇନାହିଁ I

ତେବେ ଗତକାଲି ଅପେକ୍ଷା ଆଜି ସାମାନ୍ୟ କମ୍‌ ରହିଛି ପେଟ୍ରୋଲ ଏବଂ ଡିଜେଲ ଦର। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୮୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୬୨ ପଇସା ହୋଇଛି।

ସେହିପରି ଦେଶର ପ୍ରମୁଖ ସହରରେ ଗତକାଲିଠାରୁ ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇନାହିଁ। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୫୧ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୫୩ ପଇସା ରହିଛି। ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ sms ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Leave A Reply

Your email address will not be published.