ରାଜ୍ୟରେ ଖସୁଛି ସଂକ୍ରମଣ : ଗତ ୨୪ ଘଣ୍ଟାରେ ୫୮୯୧ ସଂକ୍ରମିତ ଚିହ୍ନଟ, ୭ମୃତ

16

ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଧୀରେ ଧୀରେ ତଳମୁହାଁ ହେଲାଣି I ସ୍ୱାସ୍ଥ୍ୟ ବିଶେଷଜ୍ଞ ଙ୍କ ମତରେ ରାଜ୍ୟ ଏବେ ଗୋଷ୍ଠୀ ସଂକ୍ରମଣ ଆଡକୁ ମୁହାଉଁଛି I ଗତକାଲି ଠାରୁ ଆଜି ର ସଂକ୍ରମଣ ପାଖାପାଖି ଏକ ହଜାର ଉପରେ କମ ରହିଛି , ଆଜି ରାଜ୍ୟରୁ ୫,୮୯୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି I ମୃତକମାନେ ଖୋର୍ଦ୍ଧାରୁ ୩ ଜଣ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି I ତେବେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି I ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିଭଳି ସଂକ୍ରମିତ ମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୧୩ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୫୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୭ ହଜାର ୮୪୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୩୧ ହଜାର ୯୧୭ ରହିଥିବା ବେଳେ ୭୭ ହଜାର ୩୪୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.